05

ପତିତପାବନ ବାନା ଉପରେ ଚିଲ ବସିବା କିମ୍ବା ଉଡ଼ିବା ଶୁଭ କି ଅଶୁଭ ତାହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ପୂର୍ବରୁ ଏପରି ଘଟଣା ଉଫରେ କେତେଜଣ ସେବାୟତ ଏହାକୁ ମହାପ୍ରଭୁଙ୍କ ବଡ଼ ସଂକେତ ବୋଲି କହିଥିଲେ। ଚିଲ ପତିତପାବନ ବାନା ଉପରେ ବସିଲେ ଦେଶରେ ବିପର୍ଯ୍ୟୟ ଘଟିଥାଏ। ଭୂମିକମ୍ପ, ଭୂସ୍ଖଳନ, ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସହ ଖାଦ୍ୟାଭାବ, ଶତ୍ରୁ ପକ୍ଷର ଆକ୍ରମଣ, ଗୃହ ଯୁଦ୍ଧ ବୃଦ୍ଧି ପାଇଥାଏ ବୋଲି ସେମାନେ କହିଛନ୍ତି । ଅନ୍ୟପକ୍ଷରେ ଏହା ଏକ ସାଧାରଣ କଥା ବୋଲି ଅନେକ ବ୍ୟକ୍ତିବିଶେଷ ମତ ଦେଇଥିଲେ।


